ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ: ୫ଟି ଲୋକସଭା ଓ ୩୫ଟି ବିଧାନସଭା ଆସନ ପାଇଁ ହେବ ମତଦାନ

2nd phase election in odisha

ରାତି ପହିଲେ ଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ, ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ୫ଟି ଲୋକସଭା ଆସନ ଯଥା- ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଓ ଆସ୍କା ସହ ଏହା ଅଧୀନସ୍ଥ ୩୫ଟି ବିଧାନସଭା ଆସନ ପାଇଁ ମତଦାନ ଗ୍ରହଣ କରାଯିବ । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାରଙ୍କ ସୂଚନା ଅନୁଯାୟୀ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ୩୫ ଜଣ ସାଂସଦ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରୁଥିବା ବେଳେ ୨୪୪ ଜଣ ବିଧାନସଭା ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରିବେ । ୯ ହଜାର ୧୧୭ ବୁଥରେ ୩୯ ଲକ୍ଷ ୪୫ ହଜାର ୦୨୫ ପୁରୁଷ ଭୋଟର, ୩୭ ଲକ୍ଷ ୪୭ ହଜାର ୪୯୩ ମହିଳା ଭୋଟର ଓ ୬୦୫ ଜଣ ତୃତୀୟ ଲିଙ୍ଗ ଭୋଟରଙ୍କୁ ମିଶାଇ ମୋଟ ୭୬ ଲକ୍ଷ ୯୩ ହଜାର ୧୨୩ ଜଣ ଭୋଟର ମତଦାନ କରିବେ । ଏଥିରେ ୩ ହଜାର ୭୦୧ ସମ୍ବେଦନଶୀଳ ବୁଥ୍ ରହିଛି । ଯେଉଁଥି ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ା କଡ଼ି କରାଯାଇଛି ।

Previous ସମସ୍ତ ବିମାନ ଉଡ଼ାଣ ବନ୍ଦ କରିପାରେ ଜେଟ୍‌ ଏୟାରୱେଜ୍‌
Next ପୁଲିଂ ଗାଡି ଜାଳିଦେଲେ ଦୃର୍ବୁତ୍ତ

No Comment

Leave a reply

Your email address will not be published. Required fields are marked *