ଆଜି ସକାଳୁ ରାଜ୍ୟରେ ଆରମ୍ଭ ହୋଇଥିବା ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନରେ କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ଜଗତସିଂହପୁର ଲୋକସଭା ଆସନ ସହ ଏହା ଅନ୍ତର୍ଗତ ୪୧ଟି ବିଧାନସଭା ଆସନ ପାଇଁ ଭୋଟ୍ ଗ୍ରହଣ ଚାଲିଛି। ଦିନ ୧୧ଟା ସୁଦ୍ଧା ୧୭% ମତଦାନ ହୋଇଥିବା ବେଳେ ଦିନ ୩ଟା ସୁଦ୍ଧା ୫୩ ପ୍ରତିଶତ ମତଦାନ ହୋଇଛି । ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ପୁରୀ ଜିଲା କାକଟପୁରରେ ୫୧.୩୪ ଏବଂ ନିମାପଡାରେ ୫୨.୭୨ ପ୍ରତିଶତ ଭୋଟ ଗ୍ରହଣ ହୋଇଥିବା ସୂଚନା ମିଳିଛି ।ଏଠାରେ ସୂଚନା ଥାଉକି ସକାଳ ୭ ରୁ ଆରମ୍ଭ ହୋଇଥିବା ମତଦାନ ପ୍ରକ୍ରିୟା ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ।
ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ: ଦିନ ୩ଟା ସୁଦ୍ଧା ୫୩ ପ୍ରତିଶତ ମତଦାନ
4th phase election in odisha

No Comment