ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୭ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, ରାୟଗଡ଼ା, କୋରାପୁଟ, ଗଜପତି ଓ କଳାହାଣ୍ଡି ଆଦି ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ହେବ ।୨୮ ଓ ୨୯ରେ ପାଖ ଶୁଖିଲା ରହିବ। ୩୦ରେ ପୁଣି ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼ ଓ ସମ୍ବଲପୁର ଆଦି ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ହୋଇପାରେ । ସେହିଭଳି ୩୧ତାରିଖରେ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀଜନିତ ବର୍ଷାର ସମ୍ଭାବନା ରହିଥିବା ବେଳେ ମୟୁରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ନୟାଗଡ଼, ଖୋର୍ଦ୍ଧା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି ଓ ଢ଼େଙ୍କାନାଳ ଆଦି ଜିଲ୍ଲା ପାଇଁ ସତର୍କ ସୂଚନା ରହିଛି । ଅନ୍ୟପକ୍ଷରେ ଗତକାଲି ଅପେକ୍ଷା ରାଜ୍ୟର ବିଭିନ୍ନ ସ୍ଥାନରେ ତାତି କମ ରହିଥିଲା ।
ରାଜ୍ୟର ୭ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ଆଶଙ୍କା
dry weather likely to prevail over the districts of odisha

No Comment