ଆଜି ଅପରାହ୍ଣରେ ରାଜ୍ୟର କଳାହାଣ୍ଡି, କୋରାପୁଟ, କନ୍ଧମାଳ, ବଲାଙ୍ଗିର, ରାୟଗଡ଼ା, ବୌଦ୍ଧ, ସୋନପୁର ଏବଂ ଅନୁଗୁଳ ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ପବନ, ବର୍ଷା ଓ ବଜ୍ରପାତ ହେବାର ଆଶଙ୍କା ରହିଛି । ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ସମସ୍ତ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହଠାତ୍ ପାଗରେ ପରିବର୍ତ୍ତନ ହେବା ସହ କାଳବୈଶାଖୀ ଜନିତ ଝଡ଼ପବନ ସହ ବର୍ଷା ଆରମ୍ଭ ହୋଇଯିବ। ଏଥିସହ ଏହି ସମୟ ମଧ୍ୟରେ କେତେକ ସ୍ଥାନରେ ଘଣ୍ଟାପ୍ରତି ୪୦ର ୫୦ କିଲୋମିଟର ବେଗରେ ପବନ ବହିବା ସହ ବଜ୍ରପାତର ଆଶଙ୍କା ରହିଥିବାରୁ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବାକୁ ଜାରି ସତର୍କ ସୂଚନାରେ ପରାମର୍ଶ ଦେଇଛି ପାଣିପାଗ ବିଭାଗ। ଗତକାଲି ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ସାଙ୍ଗକୁ ଝଡତୋଫାନ,ବଜ୍ରପାତ ହୋଇଥିଲା । ବଜ୍ରପାତରେ ୪ରୁ ଅଧିକ ପ୍ରାଣହାନୀ ଘଟିଛି ।
ରାଜ୍ୟର ୮ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ଆଶଙ୍କା
thunderstorm alert for odisha

No Comment