କଂଗ୍ରେସର ଶୋଚନୀୟ ପରାଜୟ ପରେ ପିସିସି ସଭାପତି ପଦରୁ ଇସ୍ତଫା ଦେଲେ ନିରଞ୍ଜନ

niranjan patnaik resigns pcc president post

ସାଧାରଣ ନିର୍ବାଚନରେ ରାଜ୍ୟରେ କଂଗ୍ରେସ ଦଳର ଶୋଚନୀୟ ପରାଜୟ ପରେ ପିସିସି ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ନିରଞ୍ଜନ ପଟ୍ଟନାୟକ। ଆଜି ସାମ୍ବାଦିକ ସମ୍ମିଳନୀରେ ନିରଞ୍ଜନ ଏନେଇ ଘୋଷଣା କରିଛନ୍ତି। ଇସ୍ତଫା ଦେବା ପରେ ନିରଞ୍ଜନ କହିଛନ୍ତି,“ ନୈତିକତା ଦୃଷ୍ଟିରୁ ମୁଁ ଇସ୍ତଫା ଦେଇଛି। ଇସ୍ତଫା ପତ୍ର ଏଆଇସିସି ଅଧ୍ୟକ୍ଷଙ୍କ ନିକଟକୁ ପଠାଇଛି। ସାରା ଦେଶରେ ମୋଦି ବାତ୍ୟା ପ୍ରବାହିତ ହେଲା,ସେଥିରେ ଆମେ ଟଳି ପଡ଼ିଲୁ।” ସେ ଆହୁରି କହିଛନ୍ତି,“ ରାଜ୍ୟରେ ନବୀନ, ଦେଶରେ ମୋଦିଙ୍କୁ ଲୋକେ ଭରସା କଲେ। ରାଜନୀତିରେ ନୀତି, ଆଦର୍ଶ ନାହିଁ’, ବ୍ୟବସାୟୀକରଣ ହୋଇଛି। ନୀତି, ଆଦର୍ଶବାନ ଯୁବପିଢ଼ି ନେତୃତ୍ୱ ପାଇଁ ଆଗେଇ ଆସନ୍ତୁ”ମୁଁ କଂଗ୍ରେସରେ ରହିଛି, ରହିବି। ଏହାକୁ ମଜଭୁତ କରିବି ବୋଲି ନିରଞ୍ଜନ କହିଛନ୍ତି। ସୂଚନାଯୋଗ୍ୟ, ନିରଞ୍ଜନ ୨ଟି ଆସନରୁ ନିର୍ବାଚନ ଲଢ଼ିଥିଲେ ମଧ୍ୟ ତାଙ୍କୁ ପରାଜୟର ମୁହଁ ଦେଖିବାକୁ ପଡିଛି। ଘସିପୁରାରୁ ସେ ବିଜେଡି ପ୍ରାର୍ଥୀ ବଦ୍ରି ନାରାୟଣ ପାତ୍ରଙ୍କ ନିକଟରୁ ହାରି ଯାଇଛନ୍ତି। ସେହିପରି ଭଣ୍ଡାରିପୋଖରୀରେ ସେ ବିଜେଡି ପ୍ରାର୍ଥୀ ପ୍ରଫୁଲ୍ଲ ସାମଲଙ୍କ ନିକଟରୁ ହାରି ଯାଇଛନ୍ତି।

Previous କିଏ କେଉଁଠୁ ଜିତିଲା
Next ଆସନ୍ତା ମାସ ୮ଓ ୯ରେ ଅନୁଷ୍ଠିତ ହେବ ଓଜେଇଇ ସିବିଟି

No Comment

Leave a reply

Your email address will not be published. Required fields are marked *