ବଙ୍ଗୋପସାଗରରୁ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଥିବାରୁ ପାଗ ଟିକେ କୋହଲା ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହା ସହ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରଭାବରେ ୧୩ ତାରିଖରେ ପଶ୍ଚିମ ଓଡ଼ିଶାର ସୁନ୍ଦରଗଡ଼, ସମ୍ବଲପୁର ଓ ବରଗଡ଼ ଜିଲ୍ଲାରେ କାଳବୈଖାଖୀ ସହ ବର୍ଷା ହେବା ସମ୍ଭାବନା ରହିଛି। ସେହିପରି ୧୪ ଓ ୧୫ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସହ ବର୍ଷା ହେବ। ଉତ୍ତର ଓଡ଼ିଶାରେ କାଳବୈଶାଖୀ ସହ ଅଧିକ ଝଡ ବର୍ଷା ହୋଇପାରେ ବୋଲି କୁହାଯାଇଛି । ପଶ୍ଚିମ ଓଡ଼ିଶାର କେତୋଟି ଜିଲ୍ଲାରେ ମଧ୍ୟ କାଳବୈଶାଖୀ ସହ ବର୍ଷା ହେବ ।” ଗତକାଲି ମାଲକାନଗିରିରେ ସର୍ବାଧିକ ତାପମାତ୍ରା ୩୮.୫ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଭବାନୀପାଟଣା, ବଲାଙ୍ଗିର ଓ ସୋନପୁରରେ ତାପମାତ୍ରା ୩୭ ଡିଗ୍ରୀ ରହିଥିଲା। ଆଜି ପାଗ କୋହଲା ରହିଥିଲା ସାରା ରାଜ୍ୟରେ।
୧୩ରୁ କାଳବୈଖାଖୀ ସହ ବର୍ଷା ସମ୍ଭାବନା
Rain form 13 March

No Comment