ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡ଼ି ସହ ବର୍ଷା ସମ୍ଭାବନା

rainfall likely to occur in many places of odisha

ଟ୍ରପ୍ ଲାଇନ୍ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଗତକାଲି ଭଦ୍ରକ, ଖୋର୍ଦ୍ଧା, ନୟାଗଡ,ସମ୍ବଲପୁର ସମେତ ଅନ୍ୟକେତେକ ସ୍ଥାନରେ କୁଆପଥର ସହ ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟା ଯାଏ ମେଘୁଆ ପାଗ ଲାଗି ରହିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଘଡଘଡ଼ି ସହ ବର୍ଷା ହେବ, ବିଶେଷ କରି ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଅନୁଗୁଳ, କଟକ ଏବଂ କନ୍ଧମାଳ ଜିଲ୍ଲାରେ ଘଡଘଡି ସହ ବର୍ଷା ହେବା ସହ କୁଆପଥର ମାଡ ହୋଇପାରେ। ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ବି ଘଡଘଡି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରିଛି।

Previous ରୋଗ ଦାଉରୁ ରକ୍ଷା କରେ ଅଶ୍ଵଗନ୍ଧା
Next ଦ୍ୱିତୀୟ ଦିନରେ ପୁଣି ମାଟ୍ରିକ୍‌ ପ୍ରଶ୍ନପତ୍ର ଭାଇରାଲ୍‌ !

No Comment

Leave a reply

Your email address will not be published. Required fields are marked *