ବଲିଉଡ଼୍ ଅଭିନେତା ଶତ୍ରୁଘ୍ନ ସିହ୍ନା ଆଜି ବିଜେପି ଛାଡ଼ି କଂଗ୍ରେସ ଦଳରେ ଯୋଗ ଦେଇଛନ୍ତି। ଭାରତୀୟ ଜନତା ପାର୍ଟି ଟିକେଟ ନ ଦେବା ପରେ ଶତ୍ରୁଘ୍ନ ସିହ୍ନା କଂଗ୍ରେସରେ ଯୋଗଦେବେ ବୋଲି ଚର୍ଚ୍ଚା ହେଉଥିଲା । ଆଜି ତାହା ସ୍ପଷ୍ଟ ହୋଇଛି। କଂଗ୍ରେସ ପକ୍ଷରୁ ସିହ୍ନା ତାଙ୍କର ପାରମ୍ପରିକ ଆସନ ପାଟନା ସାହିବରୁ ନିର୍ବାଚନ ଲଢ଼ିବେ । ବିଜେପି ଶତ୍ରୁଘ୍ନଙ୍କ ଟିକେଟ କାଟି କେନ୍ଦ୍ରମନ୍ତ୍ରୀ ରବିଶଙ୍କର ପ୍ରସାଦଙ୍କୁ ସେଠାରୁ ପ୍ରାର୍ଥୀ କରିଛି । ପାଟନା ସାହିବରେ ଦେଖିବାକୁ ମିଳିବ ରବିଶଙ୍କର ପ୍ରସାଦ ଓ ଶତ୍ରୁଘ୍ନଙ୍କ ମଧ୍ୟରେ କଡ଼ା ଟକ୍କର । ବିଜେପି ସାଂସଦ ଶତ୍ରୁଘ୍ନ ସିହ୍ନା ଦୀର୍ଘଦିନ ଧରି ଦଳ ଉପରେ ଅସନ୍ତୁଷ୍ଟ ଥିଲେ । କଂଗ୍ରେସରେ ମିଶିବା ଏସଂପର୍କରେ ଟୁଇଟ୍ କରି ଜଣାଇଛନ୍ତି । ବିଜେପିର ପ୍ରତିଷ୍ଠା ଦିବସରେ ପୁରୁଣା ଦଳ ଛାଡ଼ି କଂଗ୍ରେସ ଦଳରେ ଯୋଗ ଦେଇଛନ୍ତି ବୋଲି ଲେଖିଛନ୍ତି । ପୂର୍ବରୁ ଶତ୍ରୁଘ୍ନ ସିହ୍ନା ବାରମ୍ବାର ମୋଦି ବିରୋଧୀ ମନ୍ତବ୍ୟ ଦେଇଆସୁଥିଲେ। ମୋଦିଙ୍କ ନେତୃତ୍ୱ ଉପରେ ବାରମ୍ବାର ପ୍ରଶ୍ନ ଉଠାଉ ଥିଲେ ସେ।
ବିଜେପି ଛାଡ଼ି କଂଗ୍ରେସରେ ମିଶିଲେ ଶତ୍ରୁଘ୍ନ ସିହ୍ନା
shatrughan joins congress

No Comment