ବିଜୁ ଜନତା ଦଳର ଅଧ୍ୟକ୍ଷ ନବୀନ ପଟ୍ଟନାୟକ ଆଜି ପ୍ରିୟଦର୍ଶୀ ମିଶ୍ର, ଜନ୍ମେଜୟ ଲେଙ୍କା ଏବଂ ମୀନକେତନ ଅମାନ୍ତଙ୍କୁ ଦଳର ରାଜ୍ୟ ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରିଛନ୍ତି। ବିଜୟ ନାୟକ ଓ ଜିତୁ ପଟ୍ଟନାୟକଙ୍କୁ ବରଗଡ଼ ଜିଲ୍ଲା ବିଜେପୁର ବିଧାନସଭା ନିର୍ବାଚନ ମଣ୍ଡଳୀର କୋ-ଅବ୍ଜର୍ଭର୍ ଭାବେ ମଧ୍ୟ ନିଯୁକ୍ତି ମିଳିଥିବା କଥା ଦଳ ତରଫରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି। ଏଠାରେ ସୂଚନା ଥାଉକି ଚଳିତ ଥର ପ୍ରିୟଦର୍ଶୀ ମିଶ୍ରଙ୍କୁ ଟିକେଟ ମିଳିନାହିଁ । ଅନ୍ୟପକ୍ଷରେ ଆଜି ବିଜେଡିରୁ ଇସ୍ତଫା ଦେଇଛନ୍ତି କାକଟପୁରର ପୂର୍ବତନ ବିଧାୟକ ରବି ମଲ୍ଲିକ। ଦଳର ପ୍ରାଥମିକ ସଦସ୍ୟରୁ ଇସ୍ତଫା ଦେବା ସହ ଯୋଜନା ବୋର୍ଡର ସଦସ୍ୟ ପଦରୁ ବି ଇସ୍ତଫା ଦେଇଛନ୍ତି ରବି ମଲ୍ଲିକ । ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ରବି ମଲ୍ଲିକ ନିଜର ଇସ୍ତଫା ପତ୍ର ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଥିବା ଜଣାଯାଇଛି । ସେ ତାଙ୍କ ପ୍ରତି ଅବିଚାର ହୋଇଥିବା ଦର୍ଶାଇ ଇସ୍ତଫା ଦେଇଛନ୍ତି ।
ବିଜେଡିର ୩ରାଜ୍ୟ ସାଧାରଣ ସମ୍ପାଦକ ନିଯୁକ୍ତ
three state general secretaries appointed bjd

No Comment